କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 2.35 ଲକ୍ଷ ରୋଗୀ ଚିହ୍ନଟ, 871 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ଦେଶର ବିଭିନ୍ନ ରାଜ୍ୟରୁ ମୋଟ 2 ଲକ୍ଷ 35 ହଜାର 532 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଏହି ସମୟ ମଧ୍ୟରେ ମୋଟ 3 ଲକ୍ଷ 35 ହଜାର 939 ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ କରୋନା ମହାମାରୀର ଭୟାବହତା ବଢିବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ସାଙ୍ଗକୁ ମୃତ୍ୟୁ ସଂଖ୍ୟା ବିଶେଷଜ୍ଞମାନଙ୍କ ଚିନ୍ତାର କାରଣ ପାଲଟିଛି । ଆଶ୍ୱସ୍ତିକର ବିଷୟ ହେଉଛି ଯେ ଗତ କିଛି ଦିନ ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଥିବା ପରିଲକ୍ଷିତ ହୋଇଛି । କିନ୍ତୁ ସକ୍ରିୟ ମାମାଲା ମଧ୍ୟ ବଢିବାରେ ଲାଗିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶର ବିଭିନ୍ନ ରାଜ୍ୟରୁ ମୋଟ 2 ଲକ୍ଷ 35 ହଜାର 532 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଏହି ସମୟ ମଧ୍ୟରେ ମୋଟ 3 ଲକ୍ଷ 35 ହଜାର 939 ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

CoronaVirus

ଅପରପକ୍ଷରେ ଦେଶରେ ଗତ 24 ଘଣ୍ଟାରେ ମୋଟ 871 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି । ଏହା ବାଦ୍ ଆଜି ଦେଶରେ ମୋଟ 20 ଲକ୍ଷ 4 ହଜାର 333 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 8 ଲକ୍ଷ 58 ହଜାର 241 କୁ ବୃଦ୍ଧି ପାଇଛି । ସେହିପରି ଏଥିମଧ୍ୟରୁ ମୋଟ 3 କୋଟି 83 ଲକ୍ଷ 60 ହଜାର 710 ଜଣ ସୁସ୍ଥ ହୋଇ ସାରିଛନ୍ତି । ଏହା ବ୍ୟତୀତ କରୋନା କାରଣରୁ ଦେଶରେ ଏଯାବତ୍ ମୋଟ 4 ଲକ୍ଷ 93 ହଜାର 198 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

ସାରା ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 165 କୋଟି 4 ଲକ୍ଷ 87 ହଜାର 260 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମୋଟ 56 ଲକ୍ଷ 72 ହଜାର 766 ଡୋଜ୍ ଟିକା ଦିଆଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+