କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 2,58,089 ରୋଗୀ, 385 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 2 ଲକ୍ଷ 58 ହଜାର 89 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 385 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : କମୁନି ଦୈନିକ ସଂକ୍ରମଣ । ଦୈନିକ ସଂକ୍ରମଣରେ ତୀବ୍ର ବୃଦ୍ଧି ସହ ଓମିକ୍ରନ୍ ଭାରିଆଣ୍ଟର ବିସ୍ତାର ଚିନ୍ତା ବଢାଇଛି । ଏହା ବ୍ୟତୀତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିପରି ସକ୍ରିୟ ମାମଲା ମଧ୍ୟ ଅହେତୁକ ଭାବେ ବୃଦ୍ଧି ପାଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

CoronaVirus

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 2 ଲକ୍ଷ 58 ହଜାର 89 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 385 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥିସହ ଦେଶରେ ଏପର୍ଯ୍ୟନ୍ତ ମୋଟ୍ 8209 ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 3109 ଜଣ ସୁସ୍ଥ ହୋଇସାରିଛନ୍ତି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 1 ଲକ୍ଷ 51 ହଜାର 740 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 16 ଲକ୍ଷ 56 ହଜାର 341 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 73 ଲକ୍ଷ 80 ହଜାର 253 ରେ ପହଞ୍ଚିଛି । ସେହିପରି ସଂକ୍ରମିତଙ୍କ ମଧ୍ୟରୁ ମୋଟ 3 କୋଟି 52 ଲକ୍ଷ 37 ହଜାର 461 ଜଣ ସୁସ୍ଥ ହୋଇ ସାରିଛନ୍ତି । ଏପର୍ଯ୍ୟନ୍ତ ଦେଶରେ କରୋନା କାରଣରୁ ମୋଟ 4 ଲକ୍ଷ 86 ହଜାର 451 ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 157 କୋଟି 20 ଲକ୍ଷ 41 ଜା 825 ଡୋଟ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 39 ଲକ୍ଷ 46 ହଜାର 348 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+