କରୋନା ଅପଡେଟ୍ : ବଢୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା, ସକ୍ରିୟ ରୋଗୀ ସଂଖ୍ୟା 14 ଲକ୍ଷ ପାର୍

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 2 ଲକ୍ଷ 68 ହଜାର 833 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 345 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ତୀବ୍ର ହେବାରେ ଲାଗିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣର ଅହେତୁକ ବୃଦ୍ଧି ହୋଇଥିବା ପରିଲକ୍ଷିତ ହେଉଛି । ଏହା ବ୍ୟତୀତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହା ବ୍ୟତୀତ ସକ୍ରିୟ ମାମଲା ମଧ୍ୟ ଅହେତୁକ ଭାବେ ବୃଦ୍ଧି ପାଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

CoronaVirus

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 2 ଲକ୍ଷ 68 ହଜାର 833 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 402 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥିସହ ଦେଶରେ ଏପର୍ଯ୍ୟନ୍ତ ମୋଟ୍ 6041 ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 1 ଲକ୍ଷ 22 ହଜାର 684 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 14 ଲକ୍ଷ 17 ହଜାର 820 ଜଣ ସକ୍ରିୟ ରୋଗୀ ଅଛନ୍ତି । ଦେଶରେ ଚିହ୍ନଟ କରୋନା ସଂକ୍ରମିତଙ୍କ ମଧ୍ୟରୁ ମୋଟ 3 କୋଟି 49 ଲକ୍ଷ 47 ହଜାର 390 ଜଣ ସୁସ୍ଥ ହୋଇ ସାରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+