ଦୁଇ ହଜାର ପରେ ରହୁଛି ଦୈନିକ କରୋନା ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2022 ରୋଗୀ, 46 ରୋଗୀ ମୃତ

ଗତ 24 ଘଣ୍ଟାରେ ମୋଟ 2022 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 46 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ଦୁଇ ହଜାରରୁ କମ୍ ରହୁଥିବା ବେଳେ ଏବେ ଏହା 2 ହଜାର ଅତିକ୍ରମ କରିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2022 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 46 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2099 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 14 ହଜାର 832 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 38 ହଜାର 393 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 99 ହଜାର 102 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 459 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 192 କୋଟି 38 ଲକ୍ଷ 45 ହଜାର 615 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 8 ଲକ୍ଷ 81 ହଜାର 668 ଡୋଜ୍ ଚୀକାକରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+