ଗତ ଦୁଇ ଦିନ ହେବ 20 ହଜାର ପରେ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 20409 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 409 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 22 ହଜାର 697 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ପୁଣି ଥରେ ବଢିବାରେ ଲାଗିଛି । ଗତ ଦୁଇ ଦିନ ଧରି ଏଥିରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ଏପରିକି ମୃତ୍ୟୁ ସଂଖ୍ୟରେ ସାମାନ୍ୟ ହ୍ରାସ ହୋଇଛି । ସେହିପରି କରୋନା ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 409 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 22 ହଜାର 697 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 43 ହଜାର 988 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 32 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 79 ହଜାର 730 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 33 ଲକ୍ଷ 09 ହଜାର 484 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 258 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି 38 ଲକ୍ଷ 63 ହଜାର 960 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+