ଡରାଉଛି କରୋନା ମୃତ୍ୟୁ, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 70 ରୋଗୀ, ଚିହ୍ନଟ ହେଲେ 20551 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 551 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 21 ହଜାର 595 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ପୁଣି ବୃଦ୍ଧି ପରିଲକ୍ଷିତ ହେଉଛି । ଏହା ବର୍ତ୍ତମାନ 20 ହଜାର ପରେ ରହିଛି । ଏପରିକି ମୃତ୍ୟୁ ସଂଖ୍ୟା ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଛି । ଏଥିରପେ ଅହେତୁକ ବୃଦ୍ଧି ହୋଇଛି । କିନ୍ତୁ ସକ୍ରିୟ ମାମଲା ଏବେ ଏକ ଲକ୍ଷ 35 ହଜାରକୁ ଖସିଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 551 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 21 ହଜାର 595 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 35 ହଜାର 364 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 70 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 07 ହଜାର 588 ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 54 ହଜାର 624 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 26 ହଜାର 600 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 205 କୋଟି 59 ଲକ୍ଷ 47 ହଜାର 243 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 36 ଲକ୍ଷ 95 ହଜାର 835 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications