କରୋନା ଅପେଡେଟ୍ : ଗତ 24 ଘଣ୍ଟାରେ ଚିହ୍ନଟ ହେଲା 2067 ଦୈନିକ ମାମଲା
ଗତ 24 ଘଣ୍ଟାରେ ମୋଟ 2067 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 40 ଜଣକର ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1547 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତକାଲି ଅପେକ୍ଷା ଆଜି କରୋନା ଦୈନିକ ସଂକ୍ରମଣ ମାମଲାରେ ପୁଣି ବୃଦ୍ଧି ହୋଇଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା 1247 ଥିବା ବେଳେ ଆଜି ଏହା 2 ହଜାରକୁ ବୃଦ୍ଧି ହୋଇଛି । ଏଥି ସହିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2067 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 40 ଜଣକର ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1547 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ବର୍ତ୍ତମାନ ଦେଶରେ ମୋଟ 12 ହଜାର 340 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 47 ହଜାର 594 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 13 ହଜାର 248 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 22 ହଜାର 006 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 186 କୋଟି 90 ଲକ୍ଷ 56 ହଜାର 607 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 17 ଲକ୍ଷ 23 ହଜାର 733 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications