For Quick Alerts
Turn On Notification  
For Daily Alerts
Oneindia App Download

କମୁନି ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 21,257 ନୂଆ ରୋଗୀ ଚିହ୍ନଟ, 271 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 21 ହଜାର 257 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 271 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ କିଛି ଦିନ ସମାନ୍ୟ ହ୍ରାସ ପରେ ପୁଣି ବୃଦ୍ଧିପାଇବାରେ ଲାଗିଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 20 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି (ଶୁକ୍ରବାର) କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 21 ହଜାର 257 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 271 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 24 ହଜାର 963 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 40 ହଜାର 221 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 39 ଲକ୍ଷ 15 ହଜାର 569 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 50 ହଜାର 127 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 32 ଲକ୍ଷ 25 ହଜାର 221 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 93 କୋଟି 17 ଲକ୍ଷ 17ହଜାର 191 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 50 ଲକ୍ଷ 17 ହଜାର 753 ଡୋଜ ଦିଆଯାଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 21257 new corona cases in last 24 hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X