ପୁଣି ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2128 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 128 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 579 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଲଗାତାର ଦୁଇ ଦିନ ଧରି ବଢୁଛି କରୋନା ମାମଲା । ଏଥିସହିତ କରୋନାଜନିତ ମୃତ୍ୟୁସଂଖ୍ୟାରେ ବୃଦ୍ଧି ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 128 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 579 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 25 ହଜାର 510 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 7 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

corona virus

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 36 ହଜାର 517 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 82 ହଜାର 064 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 943 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 219 କୋଟି 46 ଲକ୍ଷ 34 ହଜାର 236 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 4 ଲକ୍ଷ 90 ହଜାର 711 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+