ଦେଢ ଲକ୍ଷେ ପାର୍ ହେଲା ସକ୍ରିୟ ମାମଲା : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 21411 ରୋଗୀ, 67 ମୃତ

ତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 21 ହଜାର 441 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 20 ହଜାର 726 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଲାଗି ରହିଥିବା କରୋନା ମହାମାରୀ ପ୍ରକୋପ ପୁଣି ଥରେ ବଢିବାରେ ଲାଗିଛି । ସାରା ଦେଶରେ ଦୈନିକ କରୋନା ମାମଲା ଅହେତୁକ ବୃଦ୍ଧି ପାଉଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟା ବିଶେଷଜ୍ଞଙ୍କ ଚିନ୍ତାର କାରଣ ପାଲଟିଛି । ଏପରିକି କରୋନା ସକ୍ରିୟ ମାମଲା ଦେଢ ଲକ୍ଷ ପାର୍ ହୋଇଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 21 ହଜାର 441 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 20 ହଜାର 726 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 50 ହଜାର 100 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 67 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 68 ହଜାର 476 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 92 ହଜାର 379 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 25 ହଜାର 997 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 201 କୋଟି 68 ଲକ୍ଷ 14 ହଜାର 771 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 34 ଲକ୍ଷ 93 ଜାର 209 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+