ପୁଣି ବଢିଲା କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ 2183 ରୋଗୀ ଚିହ୍ନଟ, 214 ମୃତ
ଗତ 24 ଘଣ୍ଟାରେ ମୋଟ 2183 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ 214 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1985 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ପୁଣି ବଢିଲା କରୋନାଜନିତ ମୃତ୍ୟୁ ସଂଖ୍ୟା । ଏଥିସହିତ ଗତକାଲି ଅପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଆଜି ଆକ୍ରାନ୍ତଙ୍କ ସଂଖ୍ୟା 2 ହଜାର ଅତିକ୍ରମ କରିଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2183 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ 214 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1985 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ବର୍ତ୍ତମାନ ଦେଶରେ ମୋଟ 11 ହଜାର 542 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 44 ହଜାର 280 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 10 ହଜାର 773 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 965 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 186 କୋଟି 54 ଲକ୍ଷ 94 ହଜାର 355 ଡୋଜ୍ ଟିକା ଦିଆଯାଇଛି । ଏଥିମଧ୍ୟରୁ ଗତକାଲି 2 ଲକ୍ଷ 66 ହଜାର 459 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications