ଡରାଉଛି କରୋନାଜନିତ ମୃତ୍ୟୁ ସଂଖ୍ୟା : ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 60 ରୋଗୀ, ଚିହ୍ନଟ ହେଲେ 21 ହଜାର ପରେ ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 21 ହଜାର 880 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 21 ହଜାର 219 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : କିଛି ଦିନର ସାମାନ୍ୟ ହ୍ରାସ ପରେ ପୁଣି ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ପରିଲକ୍ଷିତ ହୋଇଛି । ଏପରିକି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏକ ଲକ୍ଷ 49 ହଜାର ଟପିଛି । ମୃତ୍ୟୁ ସଂଖ୍ୟାରେ ହଠାତ୍ ବୃଦ୍ଧି ବିଶେଷଜ୍ଞଙ୍କ ଚିନ୍ତା ବଢାଇ ଦେଇଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 21 ହଜାର 880 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 21 ହଜାର 219 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 49 ହଜାର 482 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 60 ରେକର୍ଡ ହୋଇଛି ।

ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 47 ହଜାର 065 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 71 ହଜାର 653 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 25 ହଜାର 930 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 201 କୋଟି 30 ଲକ୍ଷ 97 ହଜାର 819 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+