ସାମାନ୍ୟ ହ୍ରାସ ହେଲା ଦୈନିକ କରୋନା ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2202 ରୋଗୀ
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ତିନି ହଜାର ପାଖାପାଖି ରହୁଥିବା ବେଳେ ଆଜି ଏହା 2200 କୁ ଖସି ଆସିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ସାମାନ୍ୟ ବୃଦ୍ଧି ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2202 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 27 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2550 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 17 ହଜାର 317 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 23 ହଜାର 801 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 82 ହଜାର 243 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 241 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 191 କୋଟି 37 ଲକ୍ଷ 34 ହଜାର 314 ଡୋଜ୍ ଟିକା ଦିଆଯାଇଛି ।