ଦୁଇ ଦିନ ବୃଦ୍ଧି ପରେ ସ୍ଥିର ରହିଛି କରୋନା ସଂକ୍ରମିତ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 223 ରୋଗୀ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 223 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 179 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 653 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ନୂଆଦିଲ୍ଲୀ: କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ହ୍ରାସ ପରେ ବର୍ତ୍ତମାନ ପୁଣି ବୃଦ୍ଧି ହୋଇଛି । ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ହ୍ରାସ ଦେଖାଦେଉଥିଲା । ବର୍ତ୍ତମାନ ଏହା ସ୍ଥିର ରହିଛି । ଆଶ୍ୱସ୍ତିକର ଖବର ହେଉଛି କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 223 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 179 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 3 ହଜାର 653 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି ରୋଗୀ କରୋନା କାଣରୁ ପ୍ରାଣ ହରାଇ ନାହାଁନ୍ତି ।

corona virus

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 78 ହଜାର 384 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 44 ହଜାର 029 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 702 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 10 ଲକ୍ଷ 06 ହଜାର 278 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 91 ହଜାର 732 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+