Get Updates
Get notified of breaking news, exclusive insights, and must-see stories!

ଦୁଇ ଶହକୁ ଖସିଲା ଦୈନିକ କରୋନା ମାମଲା, ଗତ 24 ଘଣ୍ଚାରେ ପ୍ରାଣ ହରାଇଲେ ଜଣେ ରୋଗୀ

corona virus

ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରୁ ମିଳିଛି ଆଶ୍ୱସ୍ତି । ଗତ କିଛି ଦିନ ହେବ ଦୈନିକ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଏପରିକି ବର୍ତ୍ତମାନ ମାମଲା ସ୍ଥିର ରହିଛି । ଦୈନିକ ସଂକ୍ରମଣ ମାମଲା ଦୁଇ ଶହକୁ ଖସି ଆସିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 224 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 429 ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 4 ହଜାର 503 ରେ ପହଞ୍ଚିଛି । ଏହି ସମୟରେ ମାତ୍ର ଜଣେ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 90 ହଜାର 278 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 44 ଲକ୍ଷ 53 ହଜାର 908 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 867 ରୋଗୀ ପ୍ରାଣ ହରାଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+