For Quick Alerts
Turn On Notification  
For Daily Alerts
Oneindia App Download

ପୁଣି ବଢିଲା ଦୈନିକ ସଂକ୍ରମଣ : ଗତ 24 ଘଣ୍ଟା ମଧ୍ୟରେ 22431 ରୋଗୀ ଚିହ୍ନଟ, 318 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 22 ହଜାର 431 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 318 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ସମାନ୍ୟ ହ୍ରାସ ପରେ ଗତକାଲି ପୁଣି ବୃଦ୍ଧି ପାଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 20 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି (ଗୁରୁବାର) କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 22 ହଜାର 431 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 318 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 24 ହଜାର 602 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 44 ହଜାର 198 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 38 ଲକ୍ଷ 94 ହଜାର 312 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 49 ହଜାର 856 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 32 ଲକ୍ଷ 258 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 92 କୋଟି 63 ଲକ୍ଷ 68 ହଜାର 608 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 43 ଲକ୍ଷ 9 ହଜାର 525 ଡୋଜ ଦିଆଯାଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 22431 new corona cases in last 24 hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X