କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 22,842 ରୋଗୀ ଚିହ୍ନଟ, 244 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 22 ହଜାର 842 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 244 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣରେ ପୁଣି ବୃଦ୍ଧି ହେଉଥିବା ପରିଲକ୍ଷିତ ହେଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି (ରବିବାର) କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 22 ହଜାର 842 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 244 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 25 ହଜାର 930 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 2 ଲକ୍ଷ 70 ହଜାର 557 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 38 ଲକ୍ଷ 13 ହଜାର 903ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 48 ହଜାର 817 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 30 ଲକ୍ଷ 94 ହଜାର 529 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 90 କୋଟି 51 ଲକ୍ଷ 75 ହଜାର 348 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 73 ଲକ୍ଷ 76 ହଜାର 846 ଡୋଜ ଦିଆଯାଇଥିଲା ।












Click it and Unblock the Notifications