ଦୁଇ ହଜାର ପରେ ରହିଛି କରୋନା ଦୈନିକ ସଂକ୍ରମଣ ମାମଲା : ଗତ 24 ଘଣ୍ଟାରେ 2323 ଆକ୍ରାନ୍ତ ଚିହ୍ନଟ
ଗତ 24 ଘଣ୍ଟାରେ ମୋଟ 2323 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 25 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ଦୁଇ ହଜାରରୁ କମ୍ ରହୁଥିବା ବେଳେ ଏବେ ଏହା 23ଶହ ଅତିକ୍ରମ କରିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2323 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 25 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2346 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 14 ହଜାର 996 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 34 ହଜାର 145 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 94 ହଜାର 801 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 348 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 192 କୋଟି 12 ଲକ୍ଷ 96 ହଜାର 720 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications