ପୁଣି 2 ହଜାର ଅତିକ୍ରମ କଲା ଦୈନିକ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2364 ରୋଗୀ

ଗତ 24 ଘଣ୍ଟାରେ ମୋଟ 2364 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 10 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2582 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ଦୁଇ ହଜାରରୁ କମ୍ ରହୁଥିବା ବେଳେ ଆଜି ଏହା 23ଶହ ଅତିକ୍ରମ କରିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ସାମାନ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2364 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 10 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2582 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 15 ହଜାର 419 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 29 ହଜାର 563 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 89 ହଜାର 841 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 303 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 191 କୋଟି 79 ଲକ୍ଷ 96 ହଜାର 905 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 71 ହଜାର 603 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+