କରୋନା ମୃତ୍ୟୁ ସଂଖ୍ୟାରେ ଅହେତୁକ ହ୍ରାସ, କମୁଛି ଦୈନିକ ସଂକ୍ରମଣ ମାମଲା

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 412 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 922 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦୈନିକ କରୋନା ମାମଲାରେ ହ୍ରାସ ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଗତକାଲି କରୋନା ମାମଲା 2 ହଜାରୁ ସାମାନ୍ୟ ଅଧିକ ରହିଛି । ସେହିପରି ମୃତ୍ୟୁ ସଂଖ୍ୟାରେ ଆଶ୍ୱସ୍ତିଜନକ ହ୍ରସ ହୋଇଛି ।

corona virus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 412 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 922 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 28 ହଜାର 079 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 3 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 14 ହଜାର 437 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 57 ହଜାର 544 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 814 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 218 କୋଟି 99 ଲକ୍ଷ 72 ହଜାର 644 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 1 ଲକ୍ଷ 84 ହଜାର 540 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+