ବଢୁଛି ସଂକ୍ରମଣ : ଗତ 24 ଘଣ୍ଟାରେ ଚିବ୍ନଟ ହେଲେ 2527 କରୋନା ରୋଗୀ, 33 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟାରେ ମୋଟ 2527 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 33 ଜଣକର ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1656 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲା ଏବଂ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ପାଉଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା 2451 ଥିବା ବେଳେ ଆଜି ଏହା 2527 କୁ ବୃଦ୍ଧି ହୋଇଛି । ଏଥି ସହିତ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2527 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 33 ଜଣକର ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1656 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 15 ହଜାର 079 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 54 ହଜାର 952 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 17 ହଜାର 724 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 22 ହଜାର 149 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 187 କୋଟି 46 ଲକ୍ଷ 72 ହଜାର 536 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 19 ଲକ୍ଷ 13 ହଜାର 296 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications