ବଢୁଛି ସଂକ୍ରମଣ : ଗତ 24 ଘଣ୍ଟାରେ ଚିବ୍ନଟ ହେଲେ 2541 କରୋନା ରୋଗୀ, 30 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟାରେ ମୋଟ 2541 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 30 ଜଣକର ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1862 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲା ଏବଂ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ପାଉଛି । ଏଥି ସହିତ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2541 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 30 ଜଣକର ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1862 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 16 ହଜାର 522 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 60 ହଜାର 086 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 21 ହଜାର 341 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 22 ହଜାର 223 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 187 କୋଟି 71 ଲକ୍ଷ 95 ହଜାର 781 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 3 ଲକ୍ଷ 64 ହଜାର 210 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+