ସ୍ଥିର ରହୁଛି କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2685 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2685 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 33 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2158 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ମାମଲା ପୁଣି ବୃଦ୍ଧି ପାଇବାରେ ଲାଗିଛି । କିଛି ଦିନ ଏହି ମାମଲାରେ ହ୍ରାସ ପରେ ଏହା ପୁଣି କ୍ରମାଗତ ଭାବେ 2 ହଜାର ଉପରେ ରହିଆସୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି ।
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2685 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 33 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2158 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 16 ହଜାର 308 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 50 ହଜାର 215 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 9 ହଜାର 335 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 572 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।
କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 193 କୋଟି 13 ଲକ୍ଷ 41 ହଜାର 918 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 14 ଲକ୍ଷ 39 ହଜାର 466 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications