କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ ମିଳିଲେ 27409 ରୋଗୀ, 347 ମୃତ
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 27 ହଜାର 409 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 26 ଲକ୍ଷ 92 ହଜାର 943 ରେ ପହଞ୍ଚିଛି ।
ନୂଆଦିଲ୍ଲୀ : ଆଜି ପୁଣି ହ୍ରାସ ପାଇଛି କରୋନା ଦୈନିକ ସଂକ୍ରମଣ । ଦୈନିକ ସଂକ୍ରମଣ ହ୍ରାସ ପାଇବା ସହ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 27 ହଜାର 409 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 26 ଲକ୍ଷ 92 ହଜାର 943 ରେ ପହଞ୍ଚିଛି । ସେହିପରି ଦେଶରେ ବର୍ତ୍ତମାନ 4 ଲକ୍ଷ 23 ହଜାର 127 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ସେହିପରି ଏହି ସମୟର ମଧ୍ୟରେ କରୋନା କାରଣରୁ ଦେଶରେ ମୋଟ 347 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି । ଯାହାପରେ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା 5 ଲକ୍ଷ 9 ହଜାର 358 କୁ ବୃଦ୍ଧି ପାଇଛି ।
ଏଥିସହିତ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 82 ହଜାର 817 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥଙ୍କ ସଂଖ୍ୟା 4 କୋଟି 17 ଲକ୍ଷ 60 ହଜାର 458 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 173 କୋଟି 42 ଲକ୍ଷ 62 ହଜାର 440 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 44 ଲକ୍ଷ 68 ହଜାର 365 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications