ପୁଣି ବଢୁଚି କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2780 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 780 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 557 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦୈନିକ କରୋନା ମାମଲାରେ କିଛି ଦିନର ହ୍ରାସ ପରେ ଏଥଇେ ପୁଣି ବୃଦ୍ଧି ପରିଲକ୍ଷିତ ହେଉଛି । ଗତକାଲି କରୋନା ମାମଲା 3 ହଜାରୁ ସାମାନ୍ୟ କମ୍ ରହିଛି । ଅପରପକ୍ଷରେ ମୃତ୍ୟୁ ସଂଖ୍ୟାରେ ଆଶ୍ୱସ୍ତିଜନକ ହ୍ରାସ ହୋଇଛି ।

corona virus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 780 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 2 ହଜାର 557 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 26 ହଜାର 509 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 6 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 21 ହଜାର 319 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 65 ହଜାର 963 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 847 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 219 କୋଟି 15 ଲକ୍ଷ 39 ହଜାର 281 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 5 ଲକ୍ଷ 69 ହଜାର 709 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+