କରୋନା ଦୈନିକ ମାମଲାରେ ପୁଣି ବୃଦ୍ଧି, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2785 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 785 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 3 ହଜାର 884 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ପାର୍ବଣ ଋତୁରେ ଦୈନିକ କରୋନା ମାମଲାରେ କିଛି ଦିନର ହ୍ରାସ ପରେ ପୁଣି ବୃଦ୍ଧି ହୋଇଛି । ଗତକାଲି ଏହା 3 ହଜାରରୁ ସାମାନ୍ୟ କମ୍ ରହିଛି । ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 2 ହଜାର 785 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 3 ହଜାର 884 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 29 ହଜାର 251 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 12 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

corona virus

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 09 ହଜାର 257 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 51 ହଜାର 228 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 778 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 218 କୋଟି 93 ଲକ୍ଷ 14 ହଜାର 422 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 4 ଲକ୍ଷ 96 ହଜାର 833 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+