କରୋନା ଅପଡେଟ୍ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2827 ରୋଗୀ, 24 ସଂକ୍ରମିତଙ୍କ ମୃତ୍ୟୁ

ଗତ 24 ଘଣ୍ଟାରେ ମୋଟ 2827 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 24 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ତିନି ହଜାର ପାଖାପାଖି ରହୁଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ କିଛି ହ୍ରାସ ପରିଲକ୍ଷିତ ହେଉନାହିଁ ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2827 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 24 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 3230 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 19 ହଜାର 067 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 13 ହଜାର 413 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 70 ହଜାର 165 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 181 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 190 କୋଟି 83 ଲକ୍ଷ 96 ହଜାର 788 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 14 ଲକ୍ଷ 85 ହଜାର 292 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+