For Quick Alerts
Turn On Notification  
For Daily Alerts
Oneindia App Download

କମୁନି କରୋନା ଦୈନିକ ସଂକ୍ରମଣ ମାମଲା: ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 2858 ରୋଗୀ

ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2858 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 11 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

|

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ତିନି ହଜାର ପାଖାପାଖି ରହୁଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2858 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 11 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 3355 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 18 ହଜାର 096 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 19 ହଜାର 112 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 76 ହଜାର 815 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 201 ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 190 କୋଟି 99 ଲକ୍ଷ 44 ହଜାର 803 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 14 ଲକ୍ଷ 03 ହଜାର 220 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 2858 new corona patients In last 24 Hours
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X