ତିନି ଶହ ତଳେ କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 2 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 291 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 429 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ କିଛି ଦିନ ବୃଦ୍ଧି ହେବା ପରେ ବର୍ତ୍ତମାନ ହ୍ରାସ ପରିଲକ୍ଷିତ ହୋଇଛି । ଗତ କିଛି ଦିନ ଧରି ଦୈନିକ ମାମଲା 5 ଶହ ପରେ ରହୁଥିବା ବେଳେ ବର୍ତ୍ତମାନ ଏହା ତିନି ଶହ ତଳେ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା କମିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 291 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 429 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 5 ହଜାର 123 କରୋନା ସକ୍ରିୟ ରୋଗୀ ଅଛନ୍ତି । ଅପରପକ୍ଷରେ ଗତକାଲି କରୋନା କାରଣରୁ 2 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 71 ହଜାର 853 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 36 ହଜାର 116 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 614 ହୋଇଛି ।
କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 90 ଲକ୍ଷ 92 ହଜାର 547 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମାତ୍ର 8 ହଜାର 119 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications