ବଢୁଛି ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 30,256 ନୂଆ ସଂକ୍ରମିତ ଚିହ୍ନଟ

ଗତ 24 ଘଣ୍ଟାରେ ଦେଶରେ 30 ହଜାର 256 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ ଦେଶରେ 295 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ମଧ୍ୟରେ ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ଥରେ ବୃଦ୍ଧି ହେଉଥିବା ପରିଲକ୍ଷିତ ହେଉଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମିତଙ୍କ ସଂଖ୍ୟା 30 ହଜାରରୁ କିଛି ଅଧି ରହିଛି ।

CoronaVirus

ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ଦେଶରେ 30 ହଜାର 256 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ ଦେଶରେ 295 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି । ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 34 ଲକ୍ଷ 78 ହଜାର 419 ରେ ପହଞ୍ଚିଛି । ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 45 ହଜାର 133କୁ ବୃଦ୍ଧି ପାଇଛି ।

ଏହି ସହିତ ଗତ 24 ଘଣ୍ଟାରେ 43 ହଜାର 938 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 3କୋଟି 27 ଲକ୍ଷ 15 ହଜାର 105 ହୋଇଛି । ଏହା ବ୍ୟତୀତ ବର୍ତ୍ତମାନ ଦେଶରେ 3 ଲକ୍ଷ 18 ହଜାର 11 ଜଣ ସକ୍ରିୟ ରୋଗୀ ଅଛନ୍ତି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତ କାଲି ସୁଦ୍ଧା ସମୁଦାୟ 80 କୋଟି 85 ଲକ୍ଷ 68 ହଜାର 144 ଡୋଜ୍ ଟିକା ଦିଆଯାଇଛି । ଏଥିମଧ୍ୟରୁ ଗତ 24 ଘଣ୍ଟାରେ 37 ଲକ୍ଷ 78 ହଜାର 296 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+