Get Updates
Get notified of breaking news, exclusive insights, and must-see stories!

କରୋନା ଅପଡେଟ୍ : 31 ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ, ଗତ 24 ଘଣ୍ଟାରେ 541 ଜଣଙ୍କର କରୋନାଜନିତ ମୃତ୍ୟୁ

ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 30 ହଜାର 757 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 27 ଲକ୍ଷ 54 ହଜାର 315 ରେ ପହଞ୍ଚିଛି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣରେ ହ୍ରାସ ହୋଇଛି । ଦୈନିକ ସଂକ୍ରମଣ ହ୍ରାସ ପାଇବା ସହ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 30 ହଜାର 757 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 27 ଲକ୍ଷ 54 ହଜାର 315 ରେ ପହଞ୍ଚିଛି । ସେହିପରି ଦେଶରେ ବର୍ତ୍ତମାନ 3 ଲକ୍ଷ 32 ହଜାର 918 ଜଣ ସକ୍ରିୟ ରୋଗୀ ଅଛନ୍ତି ।

CoronaVirus

ସେହିପରି ଏହି ସମୟର ମଧ୍ୟରେ କରୋନା କାରଣରୁ ଦେଶରେ ମୋଟ 541 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି । ଯାହାପରେ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା 5 ଲକ୍ଷ 10 ହଜାର 413 କୁ ବୃଦ୍ଧି ପାଇଛି ।

ଏଥିସହିତ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 67 ହଜାର 538 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥଙ୍କ ସଂଖ୍ୟା 4 କୋଟି 19 ଲକ୍ଷ 10 ହଜାର 984 ହୋଇଛି ।

ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 174 କୋଟି 24 ଲକ୍ଷ 36 ହଜାର 288 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 34 ଲକ୍ଷ 75 ହଜାର 951 ଡୋଜ୍ ଟିକା ଦିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+