ଥମୁନି କରୋନା ସଂକ୍ରମଣ : ଗତ 24 ଘଣ୍ଟାରେ 30941 ନୂଆ ସଂକ୍ରମିତ ଚିହ୍ନଟ, 350 ଜଣଙ୍କ ପ୍ରାଣହାନୀ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ 30 ହଜାର 941 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 350 ଜଣଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ କରୋନା ମାମଲାରେ ସାମାନ୍ୟ ହ୍ରାସ ପରେ ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ପରିଲକ୍ଷିତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 30 ହଜାର 941 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 350 ଜଣଙ୍କର ମୃତ୍ୟୁ ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 27 ଲକ୍ଷ 68 ହଜାର 880 ରେ ପହଞ୍ଚିଥିବା ବେଳେ ମୋଟ 4 ଲକ୍ଷ 38 ହଜାର 560 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂତନ ମାମଲା ଆସିବା ପରେ ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 70 ହଜାର 640 ରହିଛି । 24 ଘଣ୍ଟା ମଧ୍ୟରେ 36 ହଜାର 275 ଲୋକ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ନୂଆ ତଥ୍ୟ ପରେ ଦେଶରେ ଏଯାବତ୍ ମୋଟ ସୁସ୍ଥଙ୍କ ସଂଖ୍ୟା 3 କୋଟି 19 ଲକ୍ଷ 59 ହଜାର 680କୁ ବୃଦ୍ଧି ପାଇଛି ।
ଏହା ବ୍ୟତୀତ ଗତ 24 ଘଣ୍ଟା ମଧ୍ୟରେ ଦେଶରେ59 ଲକ୍ଷ 62 ହଜାର 286 କୋଟି ଡୋଜ୍ ଟୀକା ଦିଆଯାଇଛି । ଏହାକୁ ମିଶାଇ ଦେଶରେ ମୋଟ ଟୀକାକରଣ ସଂଖ୍ୟା 64 କୋଟି 5 ଲକ୍ଷ 28 ହଜାର 644 ଡୋଜ୍ ହୋଇଛି ।












Click it and Unblock the Notifications