ଦୈନିକ ସଂକ୍ରମଣରେ ସାମାନ୍ୟ ବୃଦ୍ଧି : ଗତ 24 ଘଣ୍ଟାରେ 31, 382 ନୂଆ ସଂକ୍ରମିତ ଚିହ୍ନଟ, 318 ମୃତ
ଗତ 24 ଘଣ୍ଟାରେ ଦେଶରେ 31 ହଜାର 382 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ ଦେଶରେ 318 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ମଧ୍ୟରେ ଦେଶରେ ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରେ ପୁଣି ବୃଦ୍ଧି ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ଦେଶରେ 31 ହଜାର 382 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ ଦେଶରେ 318 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 35 ଲକ୍ଷ 94 ହଜାର 803 ରେ ପହଞ୍ଚିଛି । ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 46 ହଜାର 368କୁ ବୃଦ୍ଧି ପାଇଛି ।
ଏହି ସହିତ ଗତ 24 ଘଣ୍ଟାରେ 32 ହଜାର 542 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 3କୋଟି 28 ଲକ୍ଷ 48 ହଜାର 273 ହୋଇଛି । ଏହା ବ୍ୟତୀତ ବର୍ତ୍ତମାନ ଦେଶରେ 3 ଲକ୍ଷ 162ଜଣ ସକ୍ରିୟ ରୋଗୀ ଅଛନ୍ତି ।
କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତ କାଲି ସୁଦ୍ଧା ସମୁଦାୟ 84 କୋଟି 15 ଲକ୍ଷ 18 ହଜାର 26 ଡୋଜ୍ ଟିକା ଦିଆଯାଇଛି । ଏଥିମଧ୍ୟରୁ ଗତ 24 ଘଣ୍ଟାରେ 72 ଲକ୍ଷ 20 ହଜାର 642 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications