ଗତ 24 ଘଣ୍ଟାରେ 33376 ନୂଆ ରୋଗୀ ଚିହ୍ନଟ, 308 ଜଣଙ୍କର ପ୍ରାଣହାନୀ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ 33 ହଜାର 376 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 308 ଜଣଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ସାମ୍ଭାବ୍ୟ କରୋନା ଭାଇରସର ତୃତୀୟ ଲହର ଆଶଙ୍କା ମଧ୍ୟରେ ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 33 ହଜାର 376 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 308 ଜଣଙ୍କର ମୃତ୍ୟୁ ହୋଇଛି । ଏହି ସମୟ ମଧ୍ୟରେ 32 ହଜାର 198 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏଯାବତ୍ ମୋଟ 4 ଲକ୍ଷ 42 ହଜାର 317ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 32 ଲକ୍ଷ 08 ହଜାର 330 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ 3 କୋଟି 23 ଲକ୍ଷ 74 ହଜାର 497 ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ନୂତନ ମାମଲା ଆସିବା ପରେ ଆଜି ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 91 ହଜାର 516 ରହିଛି ।












Click it and Unblock the Notifications