ଲଗାତାର ଦୁଇ ଦିନ ଧରି 4 ଶହ ତଳେ କରୋନା ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ 347 ରୋଗୀ ଚିହ୍ନଟ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 347 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 709 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ କିଛି ଦିନ ବୃଦ୍ଧି ହେବା ପରେ ବର୍ତ୍ତମାନ ହ୍ରାସ ପରିଲକ୍ଷିତ ହୋଇଛି । ଗତ କିଛି ଦିନ ଧରି ଦୈନିକ ମାମଲା 5 ଶହ ପରେ ରହୁଥିବା ବେଳେ ଗତ 2 ଦିନ ଧରି 4 ଶହ ପାଖାପାଖି ତଳେ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା କମିଛି ।

corona virus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 347 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ମୋଟ 709 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 5 ହଜାର 516 କରୋନା ସକ୍ରିୟ ରୋଗୀ ଅଛନ୍ତି । ଅପରପକ୍ଷରେ ଗତକାଲି କରୋନା କାରଣରୁ 3 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 70 ହଜାର 830 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 34 ହଜାର 710 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 604 ହୋଇଛି ।

କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 89 ଲକ୍ଷ 56 ହଜାର 902 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି ମାତ୍ର 78 ହଜାର 454 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+