ସ୍ଥିର ରହିଛି ଦୈନିକ କରୋନା ମାମଲା, ଥମୁନି କରୋନାଜନିତ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : କମୁଛି କରୋନା ସଂକ୍ରମଣ ଭୟ । ଦୈନିକ କରୋନା ମାମଲାରେ ଗତ କିଛି ଦିନ ଧରି ହ୍ରାସ ହେବାରେ ଲାଗିଛି । କିନ୍ତୁ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ହେଉନାହିଁ । ଗତକାଲି ଅପେକ୍ଷା ପୁଣି ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଯାହାକି ଚିନ୍ତାର ବିଷୟ ପାଲଟିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 3 ହଜାର 602 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 6 ହଜାର 587 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 33 ହଜାର 232 ରେ ପହଞ୍ଚିଛି । ଏହି ସମୟରେ 27 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 64 ହଜାର 289 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 43 ଲକ୍ଷ 99 ହଜାର 415 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 642 ରୋଗୀ ପ୍ରାଣ ହରାଇଛନ୍ତି ।












Click it and Unblock the Notifications