କମୁଛି କରୋନା ଦୈନିକ ସଂକ୍ରମଣ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3607 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3 ହଜାର 607 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 4 ହଜାର 972 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ କିଛି ଦିନ ହେବ ହ୍ରାସ ହେଉଛି । ଗତ କିଛି ଦିନ ଧରି ଦୈନିକ କରୋନା ମାମଲା 4 ହଜାର ପାଖାପାଖି ରହୁଥିବା ବେଳେ ଗତକାଲି ଏହା 3 ହଜାର ପରେ ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଆଖିଦୃଶିଆ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 38 ହଜାରକୁ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3 ହଜାର 607 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 4 ହଜାର 972 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 38 ହଜାର 391 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 14 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 76 ହଜାର 500 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 09 ହଜାର 525 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 584 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 217 କୋଟି 96 ଲକ୍ଷ 31 ହଜାର 500 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 87 ହଜାର 533 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications