ତିନି ହଜାର ଟପିଲା ଦୈନକ କରୋନା ସଂକ୍ରମଣ, ଏକ ଅଙ୍କରେ ରହିଛି କରୋନାଜନିତ ମୃତ୍ୟ ସଂଖ୍ୟା
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3712 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 5 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2584 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ମାମଲା କ୍ରମାଗତ ଭାବେ ସ୍ଥିର ରହୁଥିବା ବେଳେ ଗତକାଲି ଏହା ତିନି ହଜାର ଅତିକ୍ରମ କରିଛି । ଗତକାଲି ସାମାନ୍ୟ ହ୍ରାସ ହୋଇଥିବା ବେଳେ ଆଜି ଏଥିରେ ପୁଣି ବୃଦ୍ଧି ହୋଇଛି । କିଛି ଦିନ ଧରି କ୍ରମାଗତ ଭାବେ 2 ହଜାର ରହି ଆସୁଥିଲା । ଏଥି ସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଆଖିଦୃଶିଆ ହ୍ରାସ ହୋଇ ଏକ ଅଙ୍କରେ ପହଞ୍ଚିଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3712 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 5 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2584 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 19 ହଜାର 509 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 64 ହଜାର 544 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 20 ହଜାର 394 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 641 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।
କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 193 କୋଟି 70 ଲକ୍ଷ 51 ହଜାର 104 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 12 ଲକ୍ଷ 44 ହଜାର 298 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications