ତୀବ୍ର ହେଉଛି ତୃତୀୟ ଲହର ଆଶଙ୍କା : ଗତ 24 ଘଣ୍ଟାରେ 37379 ନୂଆ ସଂକ୍ରମିତ ଚିହ୍ନଟ, 124 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 37 ହଜାର 379 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 124 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ବର୍ଷ ଆରମ୍ଭରୁ ପୁଣି ଆତଙ୍କ ବଢାଇଛି କରୋନା ଭାଇରସ । ବର୍ତ୍ତମାନ ଦୈନିକ ସଂକ୍ରମଣରେ ଅହେତୁକ ବୃଦ୍ଧି ପାଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 37 ହଜାରରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 37 ହଜାର 379 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 124 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 11 ହଜାର 7 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 71 ହଜାର 830 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 49 ଲକ୍ଷ 60 ହଜାର 261 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 43 ଲକ୍ଷ 6 ହଜାର 414 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 82 ହଜାର 17 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 146 କୋଟି 70 ଲକ୍ଷ 18 ହଜାର 464 ଡୋଜ୍ ଟିକା ଦିଆଯାଇଛି । ଗତ 24 ଘଣ୍ଟାରେ 99 ଲକ୍ଷ 27 ହଜାର 797 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+