ଦିନକ ପରେ କମିଲା କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3938 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3 ହଜାର 938 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 096 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ଗୋଟିଏ ଦିନ ବୃଦ୍ଧି ପରେ ଗତତାଲି ଏଥିରେ ହ୍ରାସ ହୋଇଛି । ଗୋଟିଏ ଦିନ ପୂର୍ବୁର ଏହା 6 ହଜାର ପରେ ଥିବା ବେଳେ ଗତ କାଲି ଏହା 4 ହଜାରରୁ ସାମାନ୍ୟ କମ୍ ରହିଛି । କିନ୍ତୁ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଆଖିଦୃଶିଆ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 39 ହଜାରକୁ ଖସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3 ହଜାର 938 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 096 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 39 ହଜାର 583 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 9 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 87 ହଜାର 307 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 19 ହଜାର 095 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 629 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 218 କୋଟି 52 ଲକ୍ଷ 16 ହଜାର 710 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 34 ଲକ୍ଷ 21 ହଜାର 962 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications