ଚାରି ହଜାରରେ ରହିଛି କରୋନା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 4037 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4 ହଜାର 037 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 4 ହଜାର 676 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଗତ କିଛି ଦିନ ହେବ ଏଥିରେ ହ୍ରାସ ହେଉଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 44 ହଜାର ରହିଛି । ଗତକାଲି ଦୈନିକ ମାମଲା 4 ହଜାର ପାଖାପାଖି ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4 ହଜାର 037 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 4 ହଜାର 676 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 44 ହଜାର 792 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 9 ଝଣ ରୋଗୀଙ୍କ ପ୍ରାଣହାନି ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 40 ହଜାର 502 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 67 ହଜାର 340 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 370 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 216 କୋଟି 83 ଲକ୍ଷ 24 ହଜାର 53 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 10 ହଜାର 410 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications