4 ଶହକୁ ଖସିଲା ଦୈନିକ କରୋନା ମାମଲା, କରୋନାଜନିତ ମୃତ୍ୟୁ ସଂଖ୍ୟାରେ ବି ହ୍ରାସ

ନୂଆଦିଲ୍ଲୀ : କରୋନା ଦୈନିକ ସଂକ୍ରମଣ ମାମଲାରେ ମିଳିଛି ଆଶ୍ୱସ୍ତି । ଗତ କିଛି ଦିନ ହେବ ଦୈନିକ ମାମଲାରେ ଆଖିଦୃଶିଆ ହ୍ରାସ ହୋଇଛି । ଏପରିକି ମାମଲା 4 ଶହକୁ ଖସିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 404 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 920 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 7 ହଜାର 104 ରେ ପହଞ୍ଚିଛି । ଏହି ସମୟରେ 3 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 87 ହଜାର 339 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 44 ଲକ୍ଷ 48 ହଜାର 392 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 843 ରୋଗୀ ପ୍ରାଣ ହରାଇଛନ୍ତି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications