For Quick Alerts
For Daily Alerts
ଗତ 24 ଘଣ୍ଟାରେ 43263 ନୂଆ ରୋଗୀ ଚିହ୍ନଟ, 338 ଜଣଙ୍କର ପ୍ରାଣହାନୀ
ନୂଆଦିଲ୍ଲୀ : ଦେଶରେ ସାମ୍ଭାବ୍ୟ କରୋନା ଭାଇରସର ତୃତୀୟ ଲହର ଆଶଙ୍କା ମଧ୍ୟରେ ପୁଣି ଥରେ ଦୈନିକ ସଂକ୍ରମଣରେ ବୃଦ୍ଧି ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 43 ହଜାର 263 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 338 ଜଣଙ୍କର ମୃତ୍ୟୁ ହୋଇଛି । ଏହି ସମୟ ମଧ୍ୟରେ 40 ହଜାର 567 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏଯାବତ୍ ମୋଟ 4 ଲକ୍ଷ 41 ହଜାର 749 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 31 ଲକ୍ଷ 39 ହଜାର 981 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ 3 କୋଟି 23 ଲକ୍ଷ 4 ହଜାର 618 ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ନୂତନ ମାମଲା ଆସିବା ପରେ ଆଜି ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 93 ହଜାର 614 ରହିଛି ।
English summary
India Reports 43263 new positive cases in last 24 hours
Story first published: Thursday, September 9, 2021, 10:23 [IST]


Click it and Unblock the Notifications