ଚାରି ହଜାରକୁ ଖସିଲା କରୋନା ମାମଲା, ଗତ 24 ଘଣ୍ଟାରେ 4369 ଆକ୍ରାନ୍ତ ଚିହ୍ନଟ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4 ହଜାର 369 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 178 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ହ୍ରାସ ହୋଇଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 46 ହଜାର ରହିଛି । କିନ୍ତୁ ଗତକାଲି ଦୈନିକ ମାମଲା 4 ହଜାରକୁ ଖସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4 ହଜାର 369 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 178 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 46 ହଜାର 347 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟରେ 20 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 02 ହଜାର 364 କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 30 ହଜାର 417 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 185 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 215 କୋଟି 47 ଲକ୍ଷ 80 ହଜାର 693 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 21 ଲକ୍ଷ 67 ହଜାର 644 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications