କମୁନି ସଂକ୍ରମିତଙ୍କ ସଂଖ୍ୟା : ଗତ 24 ଘଣ୍ଟାରେ 44,658 ନୂଆ ସଂକ୍ରମିତ ଚିହ୍ନଟ, 496 ଜଣଙ୍କ ପ୍ରାଣହାନୀ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ 44 ହଜାର 658 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 496 ଜଣଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ କରୋନା ମାମଲାରେ ସାମାନ୍ୟ ହ୍ରାସ ପରେ ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ପରିଲକ୍ଷିତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 44 ହଜାର 658 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 496 ଜଣଙ୍କର ମୃତ୍ୟୁ ହୋଇଛି ।

ନୂତନ ମାମଲା ଆସିବା ପରେ ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 44 ହଜାର 899 ରହିଛି । 24 ଘଣ୍ଟା ମଧ୍ୟରେ 32 ହଜାର 988 ଲୋକ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ନୂଆ ତଥ୍ୟ ପରେ ଦେଶରେ ଏଯାବତ୍ ମୋଟ ସୁସ୍ଥଙ୍କ ସଂଖ୍ୟା 3 କୋଟି 18 ଲକ୍ଷ 21 ହଜାର 4287 କୁ ବୃଦ୍ଧି ପାଇଛି ।
ଏହା ବ୍ୟତୀତ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 79 ଲକ୍ଷ 48 ହଜାର 439 ଡୋଜ୍ ଟୀକା ଦିଆଯାଇଛି । ଏହାକୁ ମିଶାଇ ଦେଶରେ ମୋଟ ଟୀକାକରଣ ସଂଖ୍ୟା 61 କୋଟି 22 ଲକ୍ଷ 8 ହଜାର 542 ଡୋଜ୍ ହୋଇଛି ।












Click it and Unblock the Notifications