କ୍ରମାଗତ ଦୁଇ ଦିନ ଚାରି ହଜାରରେ ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ 4491 ରୋଗୀ ଚିହ୍ନଟ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4 ହଜାର 491 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 640 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ କ୍ରମାଗତ ଭାବେ ହ୍ରାସ ହେଉଛି । ଗତ ଦୁଇ ଦିନ ଧରି ଦୈନିକ କରୋନା ମାମଲା 4 ହଜାର ପାଖାପାଖଇ ରହିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 43 ହଜାରକୁ ଖସିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4 ହଜାର 491 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 640 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 43 ହଜାର 628 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 14 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 45 ହଜାର 011 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 72 ହଜାର 980 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 403 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 216 କୋଟି 95 ଲକ୍ଷ 51 ହଜାର 591 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 12 ଲକ୍ଷ 27 ହଜାର 054 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+