ତୀବ୍ର ହେଉଛି ତୃତୀୟ ଲହର ଆଶଙ୍କା : ଗତ 24 ଘଣ୍ଟାରେ 47, 092 ନୂଆ ସଂକ୍ରମିତ ଚିହ୍ନଟ, 509 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 47 ହଜାର 92 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 509 ଜଣଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ସାମ୍ଭାବ୍ୟ କରୋନା ଭାଇରସର ତୃତୀୟ ଲହର ଆଶଙ୍କା ମଧ୍ୟରେ ଦୈନିକ ସଂକ୍ରମଣ ମାମଲାରେ ପ୍ରତିଦନ ବୃଦ୍ଧି ହେଉଥିବା ପରିଲକ୍ଷିତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 47 ହଜାର 92 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 509 ଜଣଙ୍କର ମୃତ୍ୟୁ ହୋଇଛି ।

CoronaVirus

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 28 ଲକ୍ଷ 57 ହଜାର 937 ରେ ପହଞ୍ଚିଥିବା ବେଳେ ମୋଟ 4 ଲକ୍ଷ 39 ହଜାର 529 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂତନ ମାମଲା ଆସିବା ପରେ ଆଜି ଭାରତରେ ମୋଟ ସକ୍ରିୟ ମାମଲା 3 ଲକ୍ଷ 89 ହଜାର 583 ରହିଛି । 24 ଘଣ୍ଟା ମଧ୍ୟରେ 35 ହଜାର 181 ଲୋକ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ନୂଆ ତଥ୍ୟ ପରେ ଦେଶରେ ଏଯାବତ୍ ମୋଟ ସୁସ୍ଥଙ୍କ ସଂଖ୍ୟା 3 କୋଟି 20 ଲକ୍ଷ 28 ହଜାର 828କୁ ବୃଦ୍ଧି ପାଇଛି ।

ଏହା ବ୍ୟତୀତ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 81 ଲକ୍ଷ 9 ହଜାର 244 ଡୋଜ୍ ଟୀକା ଦିଆଯାଇଛି । ଏହାକୁ ମିଶାଇ ଦେଶରେ ମୋଟ ଟୀକାକରଣ ସଂଖ୍ୟା 665 କୋଟି 30 ଲକ୍ଷ 37 ହଜାର 334 ଡୋଜ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+