5 ହଜାର ପାର୍ ହେଲା ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 5431 ରୋଗୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 431 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 291 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ କିଛି ଦିନ ହେବ ହ୍ରାସ ହେବା ପରେ ଗତକାଲି ପୁଣି ବୃଦ୍ଧି ହୋଇଛି । ଗତ ଦୁଇ ଦିନ ଧରି ଦୈନିକ କରୋନା ମାମଲା 4 ହଜାର ପାଖାପାଖି ରହିବା ପରେ ପୁଣି 5 ହଜାର ପାର୍ ହୋଇଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 43 ହଜାର ରହିଛି ।

CoronaVirus

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 431 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 291 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 43 ହଜାର 754 କରୋନା ସକ୍ରିୟ ରୋଗୀ ଅଛନ୍ତି । ଗତକାଲି କରୋନା କାରଣରୁ 14 ଜଣ ରୋଗୀଙ୍କ ପ୍ରାଣହାନି ହୋଇଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 50 ହଜାର 454 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 78 ହଜାର 271 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 429 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 217 କୋଟି 11 ଲକ୍ଷ 36 ହଜାର 934 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 15 ଲକ୍ଷ 85 ହଜାର 343 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+