ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 5734 କରୋନା ଆକ୍ରାନ୍ତ, 16 ଜଣଙ୍କର କରୋନାଜନିତ ମୃତ୍ୟୁ, 16 ଜଣଙ୍କର କରୋନାଜନିତ ମୃତ୍ୟୁ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 734 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 618 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଦେଶରେ ଜାରି ରହିଥିବା କରୋନା ମାମଲାରେ ହ୍ରାସ ପାଉଛି । ଗତ କିଛି ଦିନ ହେବ ମାମଲା 6 ହଜାର ପାଖାପାଖି ରହୁଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି । ଯାହାକି ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ସେହିପରି ସକ୍ରିୟ ମାମଲା 44 ହଜାର ରହିଛି । ଗତକାଲି ଦୈନିକ ମାମଲା 5 ହଜାର ପରେ ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5 ହଜାର 734 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 5 ହଜାର 618 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 44 ହଜାର 261 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟରେ 16 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 45 ଲକ୍ଷ 25 ହଜାର 937 କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା 4 କୋଟି 39 ଲକ୍ଷ 53 ହଜାର 374 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 28 ହଜାର 302 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 216 କୋଟି 41 ଲକ୍ଷ 70 ହଜାର 550 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 23 ଲକ୍ଷ 92 ହଜାର 530 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications