ଗତ 24 ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ 5784 ରୋଗୀ, 571 ଦିନରେ ସର୍ବନିମ୍ନ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 5 ହଜାର 784 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକି ଗତ 571 ଦିନରେ ସର୍ବନିମ୍ନ । ଏହି ସମୟରେ 252 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ବୃଦ୍ଧି ହେବା ପରେ ଆଜି ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 6 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 5 ହଜାର 784 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକି ଗତ 571 ଦିନରେ ସର୍ବନିମ୍ନ । ଏହି ସମୟରେ 252 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 7 ହଜାର 995 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 88 ହଜାର 993 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହୋ ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 47 ଲକ୍ଷ 3 ହଜାର 644 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 41 ଲକ୍ଷ 38 ହଜାର 763 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 75 ହଜାର 888 ହେଲାଣି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 133 କୋଟି 88 ଲକ୍ଷ 12 ହଜାର 577 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତ 24 ଘଣ୍ଟାରେ 66 ହଜାର 98 ହଜାର 601 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+